ଚାଲିଛି ପଦ୍ମପୁର ଉପନିର୍ବାଚନ ଭୋଟିଂ: ଦିନ ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ

ବରଗଡ଼ (କେନ୍ୟୁଜ): ଶାନ୍ତି ଶୃଙ୍ଖଳା ସହ ଚାଲିଛି ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ। ଦିନ ୧୧ଟା ସୁଦ୍ଧା ୨୯.୭୩% ମତଦାନ ହୋଇଛି। ୪ଟି ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ସମ୍ପୃକ୍ତ ଇଭିଏମକୁ ପରିବର୍ତ୍ତନ କରାଯାଇଥିବା ସୂଚନା ଦେଇଛନ୍ତି CEO ସୁଶୀଲ କୁମାର ଲୋହାନି । ସେହିପରି ମାଓପ୍ରବଣ ଅଞ୍ଚଳରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ସେପଟେ ପାଇକମାଳର ୧୨୮ ନମ୍ବର ବୁଥରେ ମଧ୍ୟ ଇଭିଏମ୍ ଅଚଳ ହୋଇଥିବା ସୂଚନା ରହିଛି । ପଦ୍ମପୁର ଉପନିର୍ବାଚନ ପାଇଁ ମୋଟ ୩୧୯ ବୁଥରେ ମତଦାନ ଚାଲିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.