ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ : ଜୟପୁରରୁ କଟକ SCBକୁ ସ୍ଥାନାନ୍ତର

କଟକ: ପଦ୍ମଶ୍ରୀ କମଳା ପୂଜାରୀ କଟକ SCBକୁ ସ୍ଥାନାନ୍ତର । କିଡନୀ ଜନିତ ସମସ୍ୟା ସହ ଜ୍ବରରେ ଆକ୍ରାନ୍ତ ପଦ୍ମଶ୍ରୀ କମଳା ପୂଜାରୀ । ଜୟପୁର ଡାକ୍ତରଖାନାରେ ଏକ ୮ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ବାସ୍ଥ୍ୟର ଅନୁଧ୍ୟାନ କରୁଥିଲେ। ଉନ୍ନତ ଚିକିତ୍ସା ପାଇଁ DHH ପକ୍ଷରୁ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଗତକାଲି କଟକ SCBକୁ ସ୍ଥାନାନ୍ତର କରାଯାଇଛି। SCB ମେଡିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ମେଡିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ ବିଭାଗର ଚାରି ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଛି।

ଚଳିତ ବର୍ଷ ଜାନୁୟାରୀ ଏବଂ ମାର୍ଚ୍ଚ ମାସରେ ମଧ୍ୟ କମଳା ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ । ସେତେବେଳେ ତାଙ୍କୁ କଟକ ଏସ୍‌ସିବି ମେଡ଼ିକାଲ୍‌ କଲେଜରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ , ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ ୭୧ ବର୍ଷୀୟ ମା କମଳା । ଏଥିପାଇଁ ତାଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି ।