ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ, ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ମୃତ୍ୟୁ

କଟକ : ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ । କଟକ SCBରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ପକ୍ଷରୁ ସୂଚନା ଦିଆଯାଇଛି । ୧୬ ସନ୍ଧ୍ୟାରେ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଥିଲେ । ୧୮ ତାରିଖରେ କଟକ ବଡ଼ ମେଡିକାଲ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ଚାରିଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା। ସେମାନେ କମଳା ପୂଜାରୀଙ୍କର ଚିକିତ୍ସା କରୁଥିଲେ ।

ଗତ ଦୁଇ ବର୍ଷ କମଳା ପୂଜାରୀ କିଡନୀ ରୋଗରେ ଆକ୍ରାନ୍ତ ହୋଇଥିଲେ । ଆଗରୁ ବହୁ ବାର କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ନିଜ ଘରକୁ ଫେରିଥିଲେ । କୋରାପୁଟ ଜିଲ୍ଲା ପାତ୍ରପୁଟ ଗ୍ରାମର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି,ସେଗୁଡିକର ସଂରକ୍ଷଣ କରିପାରିଛନ୍ତି । ସେ ଧାନଗୁଡ଼ିକ ଜୈବିକ ପଦ୍ଧତିରେ ଚାଷ କରୁଥିଲେ । ଏଥିପାଇଁ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ପରେ ପୂର୍ବତନ ରାଜ୍ୟ ସରକାର ତାଙ୍କୁ ଯୋଜନା ବୋର୍ଡ ସଦ୍ୟସ କରିଥିଲେ । ୨୦୧୯ ଜୁଲାଇ ୨ରେ ମର୍ଯ୍ୟାଦାଜନକ କାଦମ୍ବିନୀ ସାହିତ୍ୟ ସମ୍ମାନରେ ସମ୍ମାନିତ ହୋଇଥିଲେ । କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

You might also like