ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଅସୁସ୍ଥ । ଚିକିତ୍ସା ପାଇଁ ପ୍ରଥମେ ଖଜୁରୀପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଯାଇଛି । ଗତକାଲି ରାତିରେ ଖାଇ ସାରିବା ପରେ ତାଙ୍କୁ ବାନ୍ତି ହୋଇଥିଲା । ସକାଳୁ ଦୁର୍ବଳ ଅନୁଭବ କରିବାରୁ ଡାକ୍ତରଖାନା ନିଆଯାଇଥିଲା । ହିମୋଗ୍ଲୋବିନ୍‌ କମିଥିବାରୁ ଆମ୍ବୁଲାନ୍ସ ଯୋଗେ ନିଆଯାଇଥିଲା ଫୁଲବାଣୀ । ଚିକିତ୍ସା ପରେ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଛି ।

ପୂର୍ଣ୍ଣମାସୀ ଜାନୀଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଖବର ପାଇବା ପରେ ତୁରନ୍ତ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଡ. ସାମନ୍ତ । ତାଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଉପଯୁକ୍ତ ଚିକିତ୍ସା ଓ ସ୍ୱାସ୍ଥ୍ୟର ଯତ୍ନ ନେବାକୁ ଡାକ୍ତରଙ୍କୁ ଅନୁରୋଧ କରିଛନ୍ତି କନ୍ଧମାଳ ସାଂସଦ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.