ରାଜ୍ୟ

ପହଣ୍ଡିରେ ଆସି ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି: ଘଣ୍ଟ, କାହାଳୀ ଓ ବାଜାରେ କମ୍ପୁଛି ସାରା ପରିବେଶ

ପୁରୀ(କେନ୍ଯୁଜ୍): ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରଥ ପ୍ରତିଷ୍ଠା। ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ, କାହାଳୀ ଓ ବାଜାରେ କମ୍ପୁଛି ସାରା ପରିବେଶ ।

ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ଶ୍ରୀବଳଭଦ୍ରଙ୍କ ପହଣ୍ଡି  ପଛେ ପଛେ ଦେବୀ ସୁଭଦ୍ରାଙ୍କର ପହଣ୍ଡି ହୋଇଥିଲା । ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ। ପଡିଥିଲା ଆଲଟ, ଚାମର। ଦଇତାଙ୍କ କାନ୍ଧରେ ବାଇଶି ପାହାଚରେ ଝୁଲି ଝୁଲି ନନ୍ଦିଘୋଷ ରଥରେ ରଥାରୁଢ ହୋଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏହାପରେ ଛେରାପହଁରା ନୀତି ହେବ । ଏହି ନୀତି ସରିବା ପରେ ତିନି ରଥକୁ ସିଂହଦ୍ୱାର ଚକଡ଼ା ଠାରୁ ଶରଧାବାଲି ଅଭିମୁଖେ ସେବାୟତମାନେ ଟାଣି ଟାଣି ନେବ ।

 

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago