Below header

ଘଣ୍ଟ ଓ ଶଙ୍ଖର ଶବ୍ଦରେ ପ୍ରକମ୍ପିତ ଶ୍ରୀମନ୍ଦିର, ବଡ ଭାଇ ବଳଭଦ୍ରଙ୍କ ପଛେ ପଛେ ରଥାରୁଢ ହେଲେ ହଳଦୀ ମୁହିଁ ଦେବୀ ସୁଭଦ୍ରା

ପୁରୀ(କେନ୍ଯୁଜ୍): ଶ୍ରୀଜିଉମାନଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଯାଇଛି । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି, ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କର ପହଣ୍ଡି ଜାରି ରହିଛି ।

ଘଣ୍ଟ ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି । ଶ୍ରୀସୁଦର୍ଶନ ଓ ବଡ ଭାଇ ଶ୍ରୀ ବଳଭଦ୍ରଙ୍କ ପରେ ଦେବୀ ସୁଭଦ୍ରା ରଥ ଉପରେ ବିଜେ କରିସାରିଛନ୍ତି ।

ଅନ୍ଯପଟେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସକାଳ ସାଢ଼େ ୮ଟାରେ ପହଣ୍ଡି ଆରମ୍ଭ ହେବାର ଥିଲା କିନ୍ତୁ ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଯାଇଛି । ଯାହା ଅନୁମାନ କରାଯାଉଛି ପୂର୍ବାହ୍ନ ୧୧ଟା ୩୦ ମଧ୍ୟରେ ପହଣ୍ଡି ଶେଷ ହୋଇଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.