ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି: ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଶ୍ରୀ ସୁଦର୍ଶନ

ପୁରୀ(କେନ୍ଯୁଜ୍): ଦୀର୍ଘ ସମୟର ଅପେକ୍ଷା ପରେ ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଶ୍ରୀ ସୁଦର୍ଶନ। ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହୋଇଛନ୍ତି ସୁଦର୍ଶନ।

ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସୁଛନ୍ତି ଶ୍ରୀଜିଉ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହୋଇଛି ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛନ୍ତି ବଡ଼ଦାଣ୍ଡକୁ।

ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି। ତାଙ୍କ ପଛେ ପଛେ ଆସୁଛନ୍ତି ତିନି ଭାଇ ଭଉଣୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.