ପୁରୀ(କେନ୍ୟୁଜ୍): ଆଜି ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ରତ୍ନବେଦି ଅଭିମୁଖେ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଅଭିମାନିନୀ ମା’ ଲକ୍ଷ୍ମୀଙ୍କର କରିବେ ମାନଭଞ୍ଜନ। ତେବେ ଏହାରି ଭିତରେ ସମାପ୍ତ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ । ଆଜି ବି ସମୟ ପୂର୍ବରୁ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ଶ୍ରୀସୁଦର୍ଶନଙ୍କ ପରେ ବଳଭଦ୍ର, ଏହାପରେ ସୁଭଦ୍ରା ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ସରିଛି।
ଏବେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇସାରିଲେଣି। ଘଣ୍ଟଘଣ୍ଟା ଓ କାହାଳୀ ଶବ୍ଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହାପରେ ପହଣ୍ଡି ଆରମ୍ଭ ହୋଇଥିଲା। ଶୀଘ୍ର ପହଣ୍ଡି ହେତୁ ଆଜି ରଥଟଣା ବି ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହେବାର ସମ୍ଭାବନା ଦେଖା ଦେଇଛି। ସୂଚନାଯୋଗ୍ୟ, ବାହୁଡ଼ା ଯାତ୍ରା ପରେ ଆସନ୍ତାକାଲି ମହାପ୍ରଭୁଙ୍କର ସୁନାବେଶ। ଜୁଲାଇ ୧୧ରେ ଅଧରପଣା ନୀତି ଓ ଜୁଲାଇ ୧୨ରେ ନୀଳାଦ୍ରୀ ବିଜେ ନୀତି ଅନୁଷ୍ଠିତ ହେବ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…