Below header

ଛଅ ମାସ ମଧ୍ୟରେ ହୋଇପାରେ ପଞ୍ଚାୟତ ନିର୍ବାଚନ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଚିଠି ଲେଖି ଜଣାଇଲେ ରାଜ୍ୟ ସରକାର

ଭୁବନେଶ୍ବର(କେନ୍ଯୁଜ୍): ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ଛଅ ମାସ ମଧ୍ୟରେ ହୋଇପାରେ ପଞ୍ଚାୟତ ନିର୍ବାଚନ । ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ସବିଶେଷ ତଥ୍ୟ ଖୁବଶୀଘ୍ର ରାଜ୍ୟ ନିର୍ବାଚନ କମିଶନଙ୍କୁ ଜଣାଇବେ ବୋଲି ଗତକାଲି ରାଜ୍ୟ ନିର୍ବାଚନ କମିଶନଙ୍କୁ ଗତକାଲି ଚିଠି ଲେଖି ଜଣାଇଛନ୍ତି ରାଜ୍ୟ ସରକାର । ତେଣୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବ ନାହିଁ ।

ସରକାର ନେଉଥିବା ପଦକ୍ଷେପ ଅନୁସାରେ ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ହେବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି । ସମ୍ବିଧାନର ବ୍ୟବସ୍ଥା ଅନୁଯାୟୀ ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବ । ସେହି ଅନୁସାରେ ସଂରକ୍ଷଣ କରି ରାଜ୍ୟ ସରକାର ସବିଶେଷ ତଥ୍ୟ ଖୁବଶୀଘ୍ର ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିବେ ବୋଲି ଜଣାପଡ଼ିଛି । ୨୦୧୭ ଫେବୃଆରୀରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ତେଣୁ ଖୁବଶୀଘ୍ର ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ପ୍ରକ୍ରିୟା ଶେଷ କରିବେ ବୋଲି ଆଶା କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.