ଭିଜିଲାନ୍ସ ଜାଲରେ ପିଇଓ, ୩୮ଲକ୍ଷ ଟଙ୍କା ହେରଫେର୍ ଅଭିଯୋଗ

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ପିଇଓ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଳକ ରାଧା ଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକଙ୍କୁ ଉଠାଇ ନେଲା ଭିଜିଲାନ୍ସ। ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍ ହୋଇଥିବା ଅଭିଯୋଗ ହୋଇଥିଲା । ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୩୮ଲକ୍ଷ ଟଙ୍କା ଉଠା ଯାଇଥିବା ନେଇ ପିଇଓ କ୍ଷେତ୍ର ମୋହନ ନାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗକ୍ରମେ ଗୁରୁବାର ବ୍ରହ୍ମପୁର ଭିଜିଲାନ୍ସର ଏକ ଟିମ୍ ରାଧାଦେଇପୁର ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ଯାଞ୍ଚ କରିବା ସହିତ ବିଭିନ୍ନ କର୍ମଚାରୀଙ୍କୁ ପଚରାଉଚରା କରିଥିଲେ ।

ପିଇଓଙ୍କୁ ଜେରା କରିବା ସହ ତାଙ୍କୁ ବ୍ରହ୍ମପୁର ଉଠାଇ ନେଇଥିବା ସୂଚନା ମିଳିଛି । ପିଇଓଙ୍କ କାର୍ଯ୍ୟାଳୟରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଅଧିକ ତଦନ୍ତ ପାଇଁ ଆଜି ସରପଞ୍ଚଙ୍କ ସମେତ ବ୍ଲକର କିଛି ଅଧିକାରୀଙ୍କୁ ମଧ୍ୟ ଭିଜିଲାନ୍ସ ଡ଼ାକିଥିବା ସୂଚନା ମିଳିଛି । ଅପର ପକ୍ଷେ ପିଇଓ କ୍ଷେତ୍ର ମୋହନଙ୍କୁ ବଦଳି କରାଯାଇ ଆଉ ଜଣେ ପିଇଓଙ୍କ ନିଯୁକ୍ତି ପାଇଁ ବ୍ଳକ୍ ପକ୍ଷରୁ ଆଦେଶ ଦିଆଯାଇଛି ।

 

 

ଆହୁରି ପଢ଼ନ୍ତୁ : ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ପୂର୍ବତନ ଜିଲ୍ଲା ପଞ୍ଚାୟତ ଅଧିକାରୀଙ୍କୁ ଜେଲ