ମାର୍ଚ୍ଚ ୫ ତାରିଖ ବଦଳରେ ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ଭୁବନେଶ୍ୱର : ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ । ଏପ୍ରିଲ ୨୪ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ ହେବ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଏପ୍ରିଲ ୨୪ରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୫ ତାରିଖ ଓଡ଼ିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।