ଆଜିଠୁ ଶ୍ରୀମନ୍ଦିରରେ ପଞ୍ଚୁକ ନୀତି ଆରମ୍ଭ, ପାଞ୍ଚ ଦିନ ଧରି ଭିନ୍ନ ଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(କେନ୍ୟୁଜ୍): ଆଜିଠୁ ଶ୍ରୀମନ୍ଦିରରେ ପଞ୍ଚୁକ ନୀତି ଆରମ୍ଭ। ପାଞ୍ଚ ଦିନ ଧରି ଭିନ୍ନ ଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ପ୍ରଥମ ଦିନ ହରି ଉତ୍ଥାପନ ଏକାଦଶୀରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି। ଶ୍ରଦ୍ଧାଳୁମାନେ ମର୍ଚ୍ଚିକୋଟ ଛକ ଠାରୁ ଅସ୍ଥାୟୀ ବ୍ୟାରିକେଡରେ ଯାଇ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରୁଛନ୍ତି ।

ଅନ୍ୟ ଦ୍ଵାର ଦେଇ ପ୍ରସ୍ଥାନ କରୁଛନ୍ତି। ପଞ୍ଚକରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାପ୍ରଭୁଙ୍କ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । ୧୨ ଜଣ ଡିଏସପି, ୬ ଅତିରିକ୍ତ ଏସପି, ୨୪ ଇନ୍ସପେକ୍ଟର, ୧୦୦ ଏସଆଇଙ୍କ ସହ ୨୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି ।