ରାଜ୍ୟ

ଲୋକନାଥଙ୍କର ପଙ୍କୋଦ୍ଧାର ଏକାଦଶୀ ନୀତି, ଆଜି ବର୍ଷର ଗୋଟିଏ ଦିନ ଗମ୍ଭୀରା ଭିତରକୁ ଯାଇ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ): ଆଜି ପଙ୍କୋଦ୍ଧାର ଏକାଦଶୀ । ପୁରୀର ପ୍ରଭୁ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ହେବ । ବର୍ଷର ଆଜି ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ଶ୍ରୀମନ୍ଦିର ସହ ପ୍ରତ୍ୟକ୍ଷ ସଂପୃକ୍ତ ଥିବା ଲୋକନାଥ ମନ୍ଦିରରେ ମହାଶିବରାତ୍ରିର ଗୋଟିଏ ଦିନ ପୂର୍ବରୁ ପଙ୍କୋଦ୍ଧାର ନୀତି କରାଯାଇଥାଏ। ବର୍ଷତମାମ ଫୁଲ, ବେଲପତ୍ର, କ୍ଷୀର, କଦଳୀ, ଦହି, ସୁନାରୂପାରେ ଆଛାଦିତ ହୋଇ ରହୁଥିବା ପ୍ରଭୁ ଲୋକନାଥଙ୍କ ଏହି ସମସ୍ତ ସାମଗ୍ରୀକୁ ବାହାର କରାଯିବ।

ପଙ୍କୋଦ୍ଧାର ଏକାଦଶୀ ଅବସରରେ ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ଚୁଡାନ୍ତ ନୀତି ନିର୍ଘଣ୍ଟ ଅନୁସାରେ ରାତି ୨ଟାରୁ ଦ୍ୱାର ଫିଟା ପରେ ବିଭିନ୍ନ ନୀତିକାନ୍ତି କରାଯାଇଛି। ସକାଳ ୭ ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଏକାଦଶୀ ଦର୍ଶନ ହୋଇଥାଏ। ସକାଳ ୮ ଟାରୁ ପଙ୍କୋଦ୍ଧାର ଓ ମାଘ ସ୍ନାନ କରାଯାଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ପଙ୍କୋଦ୍ଧାର ଓ ଜାଗର ଅବସରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥାରେ ସାମିଲ ହେବାକୁ ଚାହୁଁଥିବା ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିଚାଳନା ଟ୍ରଷ୍ଟ ପକ୍ଷରୁ ଟୋକନ ବ୍ୟବସ୍ଥା କରାଯାଇଛି। ପଙ୍କୋଦ୍ଧାର ଏକାଦଶୀ ଦିନ ୨ହଜାର ଓ ଜାଗର ଯାତ୍ରା ଦିନ ୪ହଜାର ସ୍ୱତନ୍ତ୍ର ଦର୍ଶନ ଟିକେଟ ବିକ୍ରି ହେବାକୁ ଥିବାବେଳେ ଟିକେଟ ଦାମ୍‌ ୧୦୦ ଟଙ୍କା ରଖାଯାଇଛି।

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

31 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

33 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago