୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ, ୪୦ ଡିଗ୍ରୀ ଉପରେ ୧୮ ସହର

ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର । ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି ୧୮ ସହରର ତାପମାତ୍ରା । ୪ ଦିନ ଯାଏ ତାତିରୁ ନିସ୍ତାର ନାହିଁ  ।

ଭୁବନେଶ୍ୱର : ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର । ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି ୧୮ ସହରର ତାପମାତ୍ରା । ୪ ଦିନ ଯାଏ ତାତିରୁ ନିସ୍ତାର ନାହିଁ  । ବିଭିନ୍ନ ସ୍ଥାନରେ ୪୦ ଉପରେ ପାରଦ ସମ୍ଭାବନା ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ  ।  ଏହାପରେ ୩ ଦିନ ଧରି ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ରହିବାର ସମ୍ଭାବନା ରହିଛି  । ଆସନ୍ତାକାଲି ହିଟୱେଭ ପାଇଁ ବାଲେଶ୍ବର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । ସେହିପରି ଗରମ ଓ ଗୁଳୁଗୁଳି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.