ପ୍ୟାରିସ୍‌ ଅଲିମ୍ପିକ୍ସ: ଇତିହାସ ରଚିଥିବା ଭାରତୀୟ ପୁରୁଷ ହକି ଦଳ ସହ କଥା ହେଲେ ନବୀନ ପଟ୍ଟନାୟକ

ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଦଳ । ଟିମ୍ ଇଣ୍ଡିଆ ସହ କଥା ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅଲିମ୍ପିକ୍ସରେ ବ୍ରୋଞ୍ଜ ମେଡାଲ ଜିତିଥିବାରୁ ଭାରତୀୟ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଦଳର ସଫଳତାରେ ରାଜ୍ୟ ତଥା ସାରା ଦେଶ ଗର୍ବିତ ବୋଲି କହିଛନ୍ତି ନବୀନ। ଫୋନରେ କଥା ହେବା ପରେ ନବୀନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ ହକି ଖେଳାଳି। ହକି ଟିମକୁ ସ୍ପନସର କରିଥିବା ଭାରତୀୟ ହକି ଖେଳାଳି କୃତଜ୍ଞତା ଜଣାଇଥିଲେ।

ନବୀନ କହିଛନ୍ତି ବ୍ୟକ୍ତିଗତ ଭାବେ ମୋ ପାଇଁ ଏହା ଭାବବିହ୍ୱଳ ମୁହୂର୍ତ୍ତ । ହକିର ସେହି ଆନନ୍ଦମୟ ଦିନଗୁଡ଼ିକ ଫେରି ଆସୁ । ଖେଳାଳିମାନେ ଦେଶ ପାଇଁ ଅଧିକରୁ ଅଧିକ ଗୌରବ ଆଣନ୍ତୁ ବୋଲି ନବୀନ ସୋସିଆଲ ମିଡିଆ ଏକ୍ସରେ ପ୍ରକାଶ କରିଛନ୍ତି । ହକି ପ୍ରତି ନବୀନଙ୍କ ଅବଦାନକୁ ସ୍ମରଣ କରିଥିଲେ ଖେଳାଳି ।

ଅନ୍ୟପଟେ ପ୍ୟାରିସ ଅଲମ୍ପିକରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ଜିତିବା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାସହ ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା। ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ମିଳିବ ୪ କୋଟି ଟଙ୍କା । ବିଜୟୀ ହେବା ପରେ ହକି ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.