ଯାତ୍ରୀବାହୀ ବସ ଟ୍ରକ ମୁହାଁମୁହିଁ ଧକ୍କା, ଜଣେ ମୃତ; ୧୦ ଆହତ

ଜରପଡା ଛକ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି । ଏଥିରେ ବସ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରଯାଇଛି ।

ଅନୁଗୁଳ (କେନ୍ୟୁଜ): ଏନ୍‌ଏଚ୍ ୫୫ ଜରପଡ଼ା ଛକ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ ଓ  ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି ।  ଏଥିରେ ବସ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଯାତ୍ରୀ ଆହତ ହୋଇଛନ୍ତି ।   ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରଯାଇଛି । ଡ଼ଲଫିନ ନାମକ ବସ ସମ୍ବଲପୁରରୁ ପୁରୀ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ବାଲି ବୋଝେଇ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା ।

ସୂଚନା ଅନୁସାରେ ଗତକାଲି ଯାଜପୁର କୁଆଖିଆ ନିକଟରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ଓଭର ବ୍ରିଜ ତଳକୁ ଖସିପଡିଥିଲା । ଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯିବା ବେଳେ ଏଭଳି ଅଘଟଣ ଘଟିଛି । ବସରେ ୫୦ରୁ ୬୦ ଯାତ୍ରୀ ରହିଥିଲେ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୬ ଜଣ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ସମସ୍ତ ଗୁରୁତର ଆହତଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ୪୬ ଆହତଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.