Below header

ବିଳମ୍ବିତ ରାତିରେ ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୩ ଗୁରୁତର

ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଦୁର୍ଘଟଣା ଘଟିଛି ।  ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ ।  ଫଳରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି ।  ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଜଳେଶ୍ୱର (କେନ୍ୟୁଜ): ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଫଳରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ କାଳିଆ ନନା ନାମକ ଏକ ଘରୋଇ ବସ ରାତି ୩ଟା ସମୟରେ ୬୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲା। ବରୁଣଗଡିଆ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ବସଟି ପଛରୁ ଧକ୍କା ଦେଇଥିଲା । ଯାହା ଫଳରେ ବସର ସାମ୍ନାପଟ ଭାଙ୍ଗି ଚୂରମାର ହୋଇଯାଇଛି । ବସ ର ଆଗରେ ବସିଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ଅନ୍ଯ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ଵର ହସ୍ପିଟାଲରେ ଭର୍ତ୍ତି କରିଛି। ପୋଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.