ରାୟଗଡା ହାତିଖମ୍ବା ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌: ଜଣେ ମୃତ, ୩୦ରୁ ଅଧିକ ଆହତ

ରାୟଗଡା(କେନ୍ୟୁଜ୍): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌ । ଜଣେ ମୃତ, ୩୦ରୁ ଅଧିକ ଆହତ । ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ଜଣେ ମହିଳା ହୋଇଥିବା ବେଳେ ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି ।

ବସ୍‌ଟି ୪୦ ଯାତ୍ରୀଙ୍କୁ ନେଇ ପାରଳାଖେମୁଣ୍ଡିରୁ ଉମରକୋଟ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ୩୦ ଆହତଙ୍କ ମଧ୍ୟରୁ ୧୪ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧୨ ଟାରେ ଦୁର୍ଘଟଣା ଘଟିଛି । ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.