Below header

ବାଲେଶ୍ଵର ଡିଗ୍ରିପାହି ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୪ଗୁରୁତର

ଜଳେଶ୍ବର: ବାଲେଶ୍ଵର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଡିଗ୍ରିପାହି ଛକ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୪ ଜଣ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ପ୍ରଭୁଜୀ ନାମକ ଏକ ଘରୋଇ ବସ୍ କଷାଫଳ ଛକ ରୁ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବାଲେଶ୍ଵର ଅଭିମୁଖେ ଯାଉଥିବା ବେଳେ, ଡିଗ୍ରିପାହି ଛକ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏନେଇ ଜାଣିବାପରେ ସ୍ଥାନୀୟ ଲୋକେ ପହଞ୍ଚି ଗୁରୁତର ମାନଙ୍କୁ ହସ୍ପିଟାଲକୁ ପଠାଇଛନ୍ତି। ଅନ୍ଯପଟେ ଘଟଣା ସ୍ଥଳରେ ସିଂଲା ପୋଲିସ ପହଞ୍ଚି ତଦନ୍ତ କରୁଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.