ପାଟକୁରା ନିର୍ବାଚନ ପାଇଁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ

ପାଟକୁରା(କେନ୍ୟୁଜ୍) : ଯେକୌଣସି ମୂହୁର୍ତ୍ତରେ ହୋଇପାରେ ପାଟକୁରା ନିର୍ବାଚନ ପାଇଁ ତାରିଖ ଘୋଷଣା । ଖୁବ୍ ଶୀଘ୍ର ନିର୍ବାଚନ କମିଶନ ତାରିଖ ଘୋଷଣା କରିପାରନ୍ତି । ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ଵାଲଙ୍କ ଦେହାନ୍ତ ପରେ ଏଠାରେ ନିର୍ବାଚନ ସ୍ଥଗିତ ରହିଥିଲା । ନିର୍ବାଚନ ତାରିଖ ଘୋଷଣା ହୋଇଥିଲେ ମଧ୍ୟ ମେ’ ୩ରେ ବାତ୍ୟା ଫନି ଯୋଗୁ ପୁଣି ଥରେ ନିର୍ବାଚନ ସ୍ଥଗିତ ହୋଇଛି । ଦୁଇ ମାସ ମଧ୍ୟରେ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନ କହିଥିଲେ । ବିଜେଡି ପକ୍ଷରୁ ବେଦ ପ୍ରକାଶ ଅଗ୍ରଓ୍ଵାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ଵାଲ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ପ୍ରାର୍ଥୀ ହୋଇଛନ୍ତି ବରିଷ୍ଠ ନେତା ବିଜୟ ମହାପାତ୍ର । ସେହିପରି କଂଗ୍ରେସ ଜୟନ୍ତ ମହାନ୍ତିଙ୍କୁ ପ୍ରାର୍ଥୀ କରିଛି । ଏବେ ନିର୍ବାଚନକୁ ନେଇ ପାଟକୁରାବାସୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖାଦେଇଛି ।