ବଢ଼ିଲା ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା

ଭୁବନେଶ୍ବର (କେନ୍ଯୁଜ୍) :ବଢ଼ିଲା ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା । ମଧୁବାବୁ ପେନସନ୍‌ ଯୋଜନାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ଦୁଇ ଶହ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଯେଉଁମାନେ ୬୦ ବର୍ଷରୁ ଉର୍ଦ୍ଧ୍ୱ ସେମାନଙ୍କୁ ୩୦୦ ଟଙ୍କା ବଦଳରେ ଏବେ ୫୦୦ ଟଙ୍କା ମିଳିବ । ସେହିଭଳି ୮୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧବୃଦ୍ଧାଙ୍କୁ ୫୦୦ ଟଙ୍କା ବଦଳରେ ଏଣିକି  ୭୦୦ ଟଙ୍କା ମିଳିବ ।   ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଉପକୃତ ହେବେ ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.