ସୁବର୍ଣ୍ଣପୁର(କେନ୍ଯୁଜ): ଭାରସାମ୍ୟ ହରାଇ ଓଲଟିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର। ଦୁର୍ଘଟଣାରେ ଗାଡି ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଝାରସୁଗୁଡ଼ାରୁ କୋରାପୁଟ ଲକ୍ଷ୍ମୀପୁର ଅଭିମୁଖେ ଯାଉଥିବା ସମୟରେ, ରାସ୍ତା ଖରାପ ଥିବାରୁ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା କୁହାଯାଇଛି ।
ତେବେ ଟ୍ୟାଙ୍କରଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ପେଟ୍ରୋଲ ରାସ୍ତାରେ କଡ଼ରେ ଥିବା ବିଲରେ ଢ଼ାଳି ହୋଇ ଯାଇଥିଲା। ତାପରେ ଲୋକଙ୍କ ଖୁସି କହିଲେ ନସରେ। କାହାର ସର୍ବନାଷ ତ କାହାର ପୁଷମାସ ଭଳି ପୋଲିସ ଉପସ୍ଥିତିରେ ପେଟ୍ରୋଲକୁ ଲୋକମାନେ ବୋହି ନେଇ ଯାଇଥିଲେ। କିଏ ବାଲ୍ଟି , ଡବାରେ ତ କିଏ ଘରୁ ବାସନ କୁସନ ଧରି ଆଣି ବୋହି ନେଇଥିଲେ ପେଟ୍ରୋଲ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…