ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ପିଜି ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର(କେ ନ୍ୟୁଜ):  ଆସନ୍ତା ୧୦ ତାରିଖରୁ କୋଭିଡ କଟକଣାରେ ପିଜି ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ । ଏଥିପାଇଁ ୮ ତାରିଖରୁ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ । ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି । କ୍ଲାସ ରୁମ୍‌ ଓ ହଷ୍ଟେଲରେ କୋଭିଡ କଟକଣାକୁ କଡ଼ାକଡ଼ି ପାଳନ କରାଯିବ । ଛାତ୍ରଛାତ୍ରୀମାନେ ମାସ୍କ ପିନ୍ଧି ଆସିବାକୁ ବାଧ୍ୟତାମୂଳକ କରାଯାଇଛି । ଶ୍ରେଣୀଗୃହ, ଲାଇବ୍ରେରୀ ଓ ଲାବୋରେଟୋରୀରେ ୬ ଫୁଟ୍‌ର ସାମାଜିକ ଦୂରତାକୁ ଜରୁରୀ କରାଯାଇଛି ।

ପିଜି ପ୍ରଥମ ସେମିଷ୍ଟର ପରୀକ୍ଷା ଜୁନ ୭ରୁ ଜୁନ ୧୯ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଜୁଲାଇ ୨୦ ଭିତରେ ଫଳାଫଳ ପ୍ରକାଶ ପାଇବ । ସେହିପରି ୟୁଜି ତୃତୀୟ ଓ ୫ମ ସେମିଷ୍ଟର ପରୀକ୍ଷା ଏପ୍ରିଲ ୧୯ରୁ ଏପ୍ରିଲ ୩୦ ମଧ୍ୟରେ ଅନୁଷ୍ଠିତ ହେବ । ମେ ୩୧ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.