Below header

ଯୁକ୍ତ ୩ରେ ନାମଲେଖାଇବା ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ

କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି ।

କେନ୍ୟୁଜ୍(ବ୍ୟୁରୋ): ଯୁକ୍ତ ୩ରେ ନାମଲେଖାଇବା ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ପଛରେ ପକାଇଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି । ଯାହା ଜଣାଯାଉଛି ପୁରୀ ଏସସିଏସ କଲେଜରେ ପଢିବାକୁ ଛାତ୍ରଛତ୍ରୀଙ୍କ ଚାହିଦା ବଢୁଛି।

ନଜର ପକାନ୍ତୁ କେଉଁ କଲେଜର କେତେ କଟଅଫ୍ ମାର୍କ ପ୍ରକାଶ ପାଇଛି:

କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛନ୍ତି ।ପୁରୀ ଏସସିଏସରେ ରସାୟନ ବିଜ୍ଞାନରେ ୯୪.୫୦ ପ୍ରତିଶତ, ଗଣିତରେ ୯୪ ପ୍ରତିଶତ, ଉଦ୍ଭିଦ ବିଜ୍ଞାନରେ ୯୫.୬୦ ପ୍ରତିଶତ, ଏମପିସି ବାରିପଦାରେ ଜୀବ ବିଜ୍ଞାନରେ ୯୪.୮୩ ପ୍ରତିଶତ କଟ-ଅଫ୍ ରହିଛି । ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ କଟ୍-ଅଫ୍ ୯୧.୮୩ ପ୍ରତିଶତ ରହିଛି । ସେହିପରି ବାଣିଜ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ(୮୬.୮୩ ପ୍ରତିଶତ), ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ(୮୫.୮୩ପ୍ରତିଶତ), ଜେକେବିକେ କଲେଜ(୮୧ ପ୍ରତିଶତ) କଟ ଅଫ ମାର୍କ ରହିଛି ।

 ଆପଣ ଜଦି ନିଜ କଟଅଫ ଷ୍ଟାଟସ ଜାଣିବାକୁ ଚାହୁଁଛନ୍ତି ତେବେ ଏହି ଲିଙ୍କରେ କ୍ଲିକ କରି ଜାଣିପାରିବେ: https://samsodisha.gov.in/DegreeNew/index.aspx

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.