୫ ହଜାର ଟଙ୍କା ଲାଞ୍ଚ ନେଇଥିବା ବିଇଓ ଅଫିସର କିରାଣୀଙ୍କୁ ୩ ବର୍ଷ ଜେଲ ଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା

ଅଭିଯୁକ୍ତ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବିଇଓ ଅଫିସର ମୁଖ୍ୟ କିରାଣୀ ଚତୁର୍ଭୂଜ ଖମାରିଙ୍କୁ ଫ୍ୟାମିଲ ପେନସନ କରିଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ୩ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୫ ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡର ରାୟ ଶୁଣାଇଛନ୍ତି।

ଫୁଲବାଣୀ(କେନ୍ୟୁଜ୍):  ବିଇଓ ଅଫିସର କିରାଣୀଙ୍କୁ ୩ ବର୍ଷ ଜେଲ ଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା। ଏମିତି ରାୟ ଶୁଣାଇଛନ୍ତି ଫୁଲବାଣୀ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ।  ଅଭିଯୁକ୍ତ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବିଇଓ ଅଫିସର ମୁଖ୍ୟ କିରାଣୀ ଚତୁର୍ଭୂଜ ଖମାରିଙ୍କୁ ଫ୍ୟାମିଲ ପେନସନ କରିଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ୩ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୫ ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡର ରାୟ ଶୁଣାଇଛନ୍ତି। ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ରାୟ ଶୁଣାଇଛନ୍ତି ବିଚାରପତି ସମର ବିଳାସ ବେହେରା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.