ପୁରୀ(କେନ୍ୟୁଜ): ୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ । ସେବାରେ ଲାଗିଛନ୍ତି ଶ୍ରୀଅଙ୍ଗ ସୁରକ୍ଷାରେ ଥିବା ଦଇତାପତି । ଆଜି ଫୁଲୁରୀ ତେଲ ଲାଗିହେବ । ଅଣସର ଘରେ ଚାଲିଛି ଗୁପ୍ତ ସେବା । ମହାପ୍ରଭୁ କିପରି ସୁସ୍ଥ ହେବେ ସେଥିପାଇଁ ଆଜି ରାତିରେ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ ।
ଆଜି ହେଉଛି ଆଷାଢ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି । ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଫୁଲୁରୀ ତେଲ ବଡ଼ଓଡ଼ିଆ ମଠ ଯୋଗାଇ ଦେବ । ରାଶି ତେଲରେ ବିଭିନ୍ନ ପ୍ରକାର ଚେର , ଔଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏ ବର୍ଷ ପୂର୍ବରୁ ମାଟି ତଳେ ପୋତାଯାଇଥାଏ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକ ମାନେ ଏହି ଫୁଲୁରୀ ତେଲ ଲାଗି କରିବେ ।
ମଣିପୁର ମୁଖ୍ୟମନ୍ତ୍ରୀ ଏନ୍. ବିରେନ ସିଂଙ୍କ ସୁରକ୍ଷା ଟିମ୍ ଉପରକୁ ଗୁଳିମାଡ଼ । ସନ୍ଦିଗ୍ଧ ଉଗ୍ରବାଦୀମାନେ ଏହି ଗୁଳିମାଡ଼ କରିଥିବା…
କଟକ ସାଂସଦ ଭର୍ତ୍ତୃହରି ମହତାବ ହୋଇପାରନ୍ତି ଲୋକସଭା ସ୍ପିକର । ଜଣେ ଅଭିଜ୍ଞ, ବରିଷ୍ଠ ସାଂସଦ ହେଉଛନ୍ତି କଟକ ସାଂସଦ…
ଜମ୍ମୁ କଶ୍ମୀର ରିଆସି ଜିଲ୍ଲାରେ ତୀର୍ଥଯାତ୍ରୀ ବସ୍ ଉପରକୁ ଆତଙ୍କବାଦୀ ଆକ୍ରମଣ କରିବା ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା…
ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ସମ୍ବଲପୁର ସହର l ଆଜି ମଧ୍ୟ ରାତ୍ରରେ ଦେବ ଦେବ ମହାଦେବଙ୍କ ବରଯାତ୍ରୀ…
ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ପିଏମ୍ ନରେନ୍ଦ୍ର ମୋଦି ନିଜର ପ୍ରଥମ ନିଷ୍ପତ୍ତି…
ଟି୨୦ ବିଶ୍ୱକପରେ ବିରାଟ କୋହଲଙ୍କୁ ନିଜ ପ୍ରଥମ ଓଭରରେ ଆଉଟ କରିବା ଦୁନିଆର ସମସ୍ତ ବୋଲରଙ୍କ ପାଇଁ ସ୍ୱପ୍ନ ।…