କେନ୍ଦ୍ର ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଭେଟିଲେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର

(କେନ୍ୟୁଜ୍): କେନ୍ଦ୍ର ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଭେଟିଲେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର । ପାର୍ଲାମେଣ୍ଟରେ BJD-କେନ୍ଦ୍ର ସରକାରଙ୍କ ମଧ୍ୟରେ ସମନ୍ଵୟ ରକ୍ଷା ଉପରେ ଆଲୋଚନା ହୋଇଛି । ବିଜେଡି ଗଠନମୂଳକ ସହଯୋଗ ନୀତି ଆପଣେଇବ ବୋଲି ପିନାକୀ କହିଛନ୍ତି । ଆଲୋଚନା ବେଳେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ମେଘଓ୍ଵାଲ ଉପସ୍ଥିତ ଥିଲେ । ଜୁନ୍‌ ୧୭ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ୨୬ ଜୁଲାଇ ଯାଏ ଅଧିବେଶନ ଚାଲିବ । ଜୁନ ୧୯ ତାରିଖରେ ଲୋକସଭା ବାଚସ୍ପତି ନିର୍ବାଚନ ହେବ । ଜୁଲାଇ ୫ ତାରିଖରେ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.