ଭୁବନେଶ୍ୱରରେ ପହଞ୍ଚିଲା ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ମର ଶରୀର, ଶେଷ ଦର୍ଶନ କଲେ ବହୁ ବିଶିଷ୍ଟ ବ୍ୟକ୍ତି

ଆସନ୍ତାକାଲି ମରଶୀରକୁ ତାଙ୍କ ଘରକୁ ନବୋ ପରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ । ଗତକାଲି ରାତିରେ ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱରରେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ମର ଶରୀର। ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ ।

ଉପସ୍ଥିତ ଥିଲେ ସିନେ ଜଗତର ବହୁ କଳାକାର ଓ ପରିବାର ଲୋକେ । ପରେ ତାଙ୍କ ମରଶରୀରକୁ କିମ୍ସ ହସ୍ପିଟାଲକୁ ନିଆଯାଇଛି । ଆସନ୍ତାକାଲି ମରଶୀରକୁ ତାଙ୍କ ଘରକୁ ନବୋ ପରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ । ଗତକାଲି ରାତିରେ ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.