ଆଜି ପୁରୀ ସ୍ୱର୍ଗଦ୍ୱାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର, ଗତକାଲି ଭୁବନେଶ୍ବରରେ ପହଞ୍ଚିଥିଲା ମରଶରୀର

ଗତକାଲି ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯାଇଥିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର । ବିମାନବନ୍ଦରରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ଉପସ୍ଥିତ ଥିଲେ ସିନେ ଜଗତର ବହୁ କଳାକାର ଓ ପରିବାର ଲୋକେ ।

ଭୁବନେଶ୍ୱର (କେନ୍ୟୁଜ): ଆଜି ପିଣ୍ଟୁ ନନ୍ଦଙ୍କ ହେବ ଅନ୍ତିମ ସଂସ୍କାର । ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ । ଗତକାଲି ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯାଇଥିଲା ତାଙ୍କ ପାର୍ଥିବ ଶରୀର । ବିମାନବନ୍ଦରରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ଉପସ୍ଥିତ ଥିଲେ ସିନେ ଜଗତର ବହୁ କଳାକାର ଓ ପରିବାର ଲୋକେ । ପରେ ତାଙ୍କ ମରଶରୀରକୁ କିମ୍ସ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ମରଶଶୀରକୁ ରଖାଯାଇଛି ।

ଆଜି ତାଙ୍କ ଘରକୁ ମୃତଦେହ ନେବା ପରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ । ଗତ ବୁଧବାର ରାତିରେ ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.