Below header

ପିପିଲି ବେବିନା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହେବା ପ୍ରସଙ୍ଗ : ହାଇକୋର୍ଟ ଯିବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ବର : ବହୁଚଚ୍ଚିତ ପିପିଲି ବେବିନା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ହାଇକୋର୍ଟ ଯିବ କ୍ରାଇମ୍‌ବ୍ରାଞ୍ଚ । ୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହେବା ପ୍ରସଙ୍ଗରେ ତଳ କୋର୍ଟ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯିବ । ଏ ନେଇ କ୍ରାଇମ୍‌ବ୍ରାଞ୍ଚ ADG ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି । କହିଛନ୍ତି ମାମଲାରେ କ୍ରାଇମ୍‌ବ୍ରାଞ୍ଚ ସଠିକ୍‌ ତଦନ୍ତ କରିଛି । ଗତ ସୋମବାର ଏହି ମାମଲରେ ଅଭିଯୁକ୍ତ ଦୁଇ ଭାଇ ନିର୍ଦ୍ଦୋଷରେ ଖଲାସ କରିଥିଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଓ ଦୌରାଜର୍ଜ । ୨୦୧୧ ମସିହା ନଭେମ୍ବର ୨୯ରେ ପିପିଲିରେ ଏହି ଘଟଣା ଘଟିଥିବା ବେଳେ ପୀଡ଼ିତାଙ୍କୁ ନେଇ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିଲା । ତାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରାଯାଇଥିଲା । ଗୁରୁତର ଅବସ୍ଥାରେ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୨୦୧୨ ଜୁନ ୨୧ ତାରିଖରେ ପୀଡ଼ିତାଙ୍କର ମୃତ୍ୟୁ ହୋଇଥିଲା । ଏହି ମାମଲାରେ କ୍ରାଇମ ବ୍ରାଞ୍ଚ ପକ୍ଷରୁ ତଦନ୍ତ କରାଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.