Below header

ଆଜିଠାରୁ ଆରମ୍ଭ ହୋଇଛି ପିତୃପକ୍ଷ, ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼

ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ। ହିନ୍ଦୁ ଧାର୍ମିକ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ। ଆଶ୍ୱିନ ମାସର ପ୍ରଥମ ପକ୍ଷକୁ "ପିତୃପକ୍ଷ" କୁହାଯାଏ।

ପୁରୀ (କେନ୍ୟୁଜ): ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । ଏଥିପାଇଁ ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ କରୁଥିବା ଦେଖିବାକୁ ମିଳିଛି । ପିତୃପକ୍ଷରେ ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି ।

ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ। ହିନ୍ଦୁ ଧାର୍ମିକ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ। ଆଶ୍ୱିନ ମାସର ପ୍ରଥମ ପକ୍ଷକୁ “ପିତୃପକ୍ଷ” କୁହାଯାଏ। ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ ହୁଏ। ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.