ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ । ନିଶା ଦ୍ୱାରା ସମାଜ କଳୁଷିତ ହେଉଛି । ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ କରାଯାଇଛି। ଓଡ଼ିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ । ନିଶା କାରବାର କମାଯିବ। ଓଡ଼ିଶାକୁ ମଦ ମୁକ୍ତ ଓ ନିଶା ମୁକ୍ତ କରିବାକୁ ଯୋଜନା କରାଯାଉଛି । ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା କରି ପର୍ଯ୍ୟାୟକ୍ରମେ ଏନେଇ ପଦକ୍ଷେପ ନିଆଯିବ ।