Below header

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ, ! ଖୁବ୍‌ଶୀଘ୍ର ଘୋଷଣା ହେବ ତାରିଖ

ଭୁବନେଶ୍ୱର (କେନ୍ୟୁଜ) : ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ। ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଏପ୍ରିଲ୍‌ ୨୮ ତାରିଖରୁ ଆରମ୍ଭ ହୋଇ ମେ ୨୮ରେ ଶେଷ ହୋଇଥିଲା।

ଚଳିତ ବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୭ ଓ ବାଣିଜ୍ୟରେ ୨୪ ହଜାର ୧୩୬ ଏବଂ ଧନ୍ଦାମୂଳକରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ । କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ତେବେ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଶେଷ ପର୍ଯ୍ୟାୟ ପହଞ୍ଚିଥିବା ସୂଚନା ମିଳିଛି। ଖୁବ୍‌ଶୀଘ୍ର ସିଏଚ୍‌ଏସ୍‌ଇ କର୍ତ୍ତୃପକ୍ଷଙ୍କ ପକ୍ଷରୁ ରେଜଲ୍ଟ ପ୍ରକାଶ ତାରିଖ ଘୋଷଣା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.