+୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସୂଚନା : ଜାନୁଆରୀ ୨ରୁ ହେବ ପ୍ରାକ୍ଟିକାଲ ପରୀକ୍ଷା

ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ । ଜାନୁଆରୀ ୨ରୁ ୧୨ ତାରିଖ ଯାଏ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟ ପରୀକ୍ଷା ଅନୁଷ୍ଠିତ ହେବ । ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି।

କଟକ (କେନ୍ୟୁଜ): ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଆସନ୍ତା ୨୬ ତାରିଖ ଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର, ଉତ୍ତରଖାତା ଆଦି ପଠାଯିବ । ଡିସେମ୍ବର ୩୧ ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏହା ପହଞ୍ଚିବ । ସେହିପରି ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି।

ଜାନୁଆରୀ ୨ରୁ ୧୨ ତାରିଖ ଯାଏ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟ ପରୀକ୍ଷା ଅନୁଷ୍ଠିତ ହେବ । ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଉଦ୍ଭିଦ ବିଜ୍ଞାନ, ପ୍ରାଣୀ ବିଜ୍ଞାନ, ଇଲେକ୍ ଟ୍ରୋନିକ୍ସ, କମ୍ପ୍ୟୁଟର ସାଇନ୍ସ, ବାୟୋ-ଟେକ୍ନୋଲୋଜି, ପରିସଂଖ୍ୟାନ, ଭୂଗୋଳ, ଭୂତତ୍ତ୍ୱ ବିଜ୍ଞାନ ଓ ଆଇଟି ବିଷୟର ପ୍ରାକ୍ଟିକାଲ ପରୀକ୍ଷା ହେବ ।

ସେହିପରି କଳା ବିଭାଗର ଶିକ୍ଷା, ଆଇଟି, ମନୋବିଜ୍ଞାନ, ନୃତତ୍ତ୍ବବିଜ୍ଞାନ, ଇଣ୍ଡିଆନ୍‌ ମ୍ୟୁଜିକ୍‌, ହୋମ୍‌ସାଇନ୍ସ, ପରିସଂଖ୍ୟାନ ଓ ଭୂଗୋଳ ବିଷୟ ଏବଂ ବାଣିଜ୍ୟ ବିଭାଗର ଆଇଟି ଓ କମ୍ପ୍ୟୁଟର ସାଇନ୍ସ ବିଷୟର ପ୍ରାକ୍ଟିକାଲ୍‌ ପରୀକ୍ଷା କରାଯିବ । ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ଥିଓରି ପରୀକ୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.