ଚାଷୀଙ୍କ ପାଇଁ ଖୁସି ଖବର: ଆଜି ମିଳିବ ପିଏମ କିଷାନ ସମ୍ମାନ ନିଧିର ୧୭ତମ କିସ୍ତି

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା । ପିଏମ କିଷାନ ସମ୍ମାନ ନିଧି ଯୋଜନାରେ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିବ ଟଙ୍କା ।  ପିଏମ କିଷାନ ଯୋଜନାର ଏହା ୧୭ତମ କିସ୍ତି । ଉତ୍ତରପ୍ରଦେଶ ବାରାଣସୀରୁ ପ୍ରଧାନମନ୍ତ୍ରୀ ଦେଶର ପ୍ରାୟ ୯କୋଟି ୨୬ ଲକ୍ଷ ଚାଷୀଙ୍କ ଖାତାକୁ ପଠାଇବେ ପିଏମ କିଷାନ ଟଙ୍କା ।  ୧୭ତମ କିସ୍ତିରେ ୨୦ ହଜାର କୋଟି ଟଙ୍କା ଡିବିଟି ଜରିଆରେ ଚାଷୀଙ୍କ ଖାତାକୁ ଯିବ । ୨ ହଜାର ଟଙ୍କା ଲେଖାଏଁ ପ୍ରତ୍ୟେକ ଚାଷୀଙ୍କ ବ୍ୟାଙ୍କ ଆକାଉଂଟକୁ ଯିବ ।  ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ  ।  ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଏକ ବାର୍ତ୍ତା ଦେବେ ।

ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି କାର୍ଯ୍ୟକ୍ରମ ପାଇଁ ପିଏମ କିଷାନ ଉତ୍ସବ ଦିବସ ପାଳିତ ହେବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପାଳିତ ହେବ ଏହି ଉତ୍ସବ । ବରଗଡ଼ରେ ଉପସ୍ଥିତ ରହିବେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୁରୀରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ସେହିପରି କଟକରେ ସୁରେଶ ପୂଜାରୀ, ନୟାଗଡ଼ରେ ରବି ନାରାୟଣ ନାଏକ, କେନ୍ଦ୍ରାପଡ଼ାରେ ନିତ୍ୟାନନ୍ଦ ଗଣ୍ଡ, ଢେଙ୍କାନାଳରେ କୃଷ୍ଣଚନ୍ଦ୍ର ପାତ୍ର, ଖୋର୍ଦ୍ଧାରେ ପୃଥ୍ବୀରାଜ ହରିଚନ୍ଦନ, ସିଫା, କୌଶଲ୍ୟାଗଙ୍ଗରେ ମୁକେଶ କୁମାର ମହାଲିଙ୍ଗ, ଗଞ୍ଜାମରେ ବିଭୂତି ଭୂଷଣ ଜେନା, ଅନୁଗୁଳରେ କୃଷ୍ଣଚନ୍ଦ୍ର ମହାପାତ୍ର, ବଡ଼ଚଣାରେ ଗଣେଣ ରାମସିଂହ ଖୁଣ୍ଟିଆ, ଭଦ୍ରକରେ ସୂର୍ଯ୍ୟବଂଶୀ ସୂରଜ, ଯାଜପୁରରେ ପ୍ରଦୀପ ବଳସାମନ୍ତ, ଭଞ୍ଜନଗରରେ ଗୋକୁଳଚନ୍ଦ୍ର ମଲ୍ଲିକ ଓ ଜଗତସିଂହପୁରରେ ସମ୍ପଦ ଚରଣ ସ୍ବାଇଁ ଉପସ୍ଥିତ ରହିବେ। ଏହାସହ ବାଲେଶ୍ବର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନବରଙ୍ଗପୁରରେ ସାଂସଦମାନେ ଓ ଗଜପତି‌ରେ ବ୍ରହ୍ମପୁର ସାଂସଦ ଉପସ୍ଥିତ ରହିବେ  । ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍‌ କିଷାନ ଉତ୍ସବ’ ଭାବେ ପାଳନ କରାଯିବ ।  ଆଜି ଅପରାହ୍ଣ ସାଢେ ୪ଟାରୁ ୭ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

ପ୍ରକାଶ ଯେ, କ୍ରମାଗତଭାବେ ତୃତୀୟଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମେ ପିଏମ କିଷାନ ନିଧିର ୧୭ତମ କିସ୍ତି ପ୍ରଦାନ ସମ୍ବନ୍ଧିତ ଫାଇଲରେ ଦସ୍ତଖତ କରିଥିଲେ ।  ପ୍ରଧାନମନ୍ତ୍ରୀ କୃଷକ ଯୋଜନା ଏକ ଡିବିଟି ଯୋଜନା । ଏହି ଯୋଜନାରେ କୃଷକଙ୍କୁ ବର୍ଷକୁ ୬,୦୦୦ଟଙ୍କା ସହାୟତା ପ୍ରଦାନ କରାଯାଇଥାଏ ।

Leave A Reply

Your email address will not be published.