ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଏହା ପୂର୍ବରୁ ପଶ୍ଚିମବଙ୍ଗର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ । ଏହା ପୂର୍ବରୁ ପଶ୍ଚିମବଙ୍ଗର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ଉପରେ ଜୋରଦାର ବର୍ଷିଛନ୍ତି ମୋଦି । ସେହିପରି ଝାଡ଼ଖଣ୍ଡର ଗୋଟିଏ ସ୍ଥାନରେ ଜନସମାବେଶକୁ ସମ୍ବୋଧନ କରିଥିଲେ । ତେବେ ଓଡ଼ିଶାରେ ବିଜେଡି ଉପରେ କଣ କହିବେ ତା ଉପରେ ରହିଛି ସମସ୍ତଙ୍କ ନଜର । ରାଜ୍ୟ କାର୍ଯ୍ୟାଳୟରେ ଆଜି ସନ୍ଧ୍ୟାରେ ସମୀକ୍ଷା କରିବେ । ରାଜଭବନରେ ରାତ୍ରୀ ଯାପନ କରିବା ସହ ଆସନ୍ତାକାଲି ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.