ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ) : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ ବୋଲି କହିଛନ୍ତି ଶ୍ରୀ ମୋଦି । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।

ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ସହ ଯେଉଁଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି ।

ଜନପ୍ରତିନିଧି ଭାବେ ତାଙ୍କର କାର୍ଯ୍ୟ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ବୋଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

ସେହିପରି ପିସିସି ସଭାପତି ଶରତ ପଟ୍ଟନାୟକ ମନ୍ତ୍ରୀ ନବ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.