ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ, ଦେଲେ ୧୬ଟି ପ୍ରକଳ୍ପର ଭେଟି

ଯାଜପୁରରେ ନରେନ୍ଦ୍ର ମୋଦି । ଚଣ୍ଡିଖୋଲ ସଭାରେ ଯୋଗଦେଇ ୧୯ ହଜାର ୬ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ପ୍ରଧାନମନ୍ତ୍ରୀ ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଚଣ୍ଡିଖୋଲରେ ଉପସ୍ଥିତ ବିଶାଳ ଜନସଭାକୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ ।

ଯାଜପୁର (କେନ୍ୟୁଜ): ଯାଜପୁରରେ ନରେନ୍ଦ୍ର ମୋଦି । ଚଣ୍ଡିଖୋଲ ସଭାରେ ଯୋଗଦେଇ ୧୯ ହଜାର ୬ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ପ୍ରଧାନମନ୍ତ୍ରୀ ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଚଣ୍ଡିଖୋଲରେ ଉପସ୍ଥିତ ବିଶାଳ ଜନସଭାକୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ । ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ । ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ବିରଜାଙ୍କ ଆଶୀର୍ବାଦରେ ଆଜି ଓଡ଼ିଶାରେ ବିକାଶର ନୂଆ ଧାରା ପ୍ରବାହିତ ହେବାକୁ ଯାଉଛି । ଆଜି ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ । ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ଅତୁଳନୀୟ । ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି ।  ଆଜି ଦେଶରେ ଏମିତି ସରକାର ଅଛି ଯିଏ ବର୍ତ୍ତମାନ ପାଇଁ ଚିନ୍ତା କରୁଛି ଏବଂ ବିକଶିତ ଭାରତର ସଂକଳ୍ପର ନେଇ ଭବିଷ୍ୟତ ପାଇଁ ବି କାମ କରୁଛି । ପୂର୍ବ ଭାରତର ବିଭିନ୍ନ ରାଜ୍ୟକୁ ଅଧିକରୁ ଅଧିକ ଫୋକସ କରାଯାଉଛି ।

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁସିର କଥା, ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଜୀ ଆଜି ଆମ ସହିତ ଅଛନ୍ତି। ମୁଁ ତାଙ୍କୁ ଓଡ଼ିଶାକୁ ସ୍ଵାଗତ କରୁଛି। ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି । ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ଖୁବ୍‌ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି ବୋଲି କହିଛନ୍ତି । ଓଡ଼ିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.