ଭୁବନେଶ୍ୱର : ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି । ନିର୍ବାଚନ ପୂର୍ବରୁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ନେଇ ବିଜେପି ପ୍ରତଶ୍ରୁତି ଦେଇଥିଲା ।
ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ, ଦୁଇ ଉପ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡିଶା ଆସି ସୁଭଦ୍ରା ଯୋଜନା ଶୁଭାରମ୍ଭ କରିବାକୁ ଅନୁରୋଧ କରିଥିଲେ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସାଂସଦ ସମ୍ବିତ ପାତ୍ରଙ୍କ ସହ ପୁରୀ ଗସ୍ତ ଅବସରରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ତାରିଖରେ ନିଜ ଜନ୍ମ ଦିନ ଅବସରରେ ଓଡିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ।