ପୁଣି ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜନସଭାରେ ଦେବେ ଯୋଗ

ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଆସନ୍ତା ୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଲେଶ୍ବର ଓ କେନ୍ଦ୍ରାପଡ଼ାରେ ଜନସଭାରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିଜୟପାଲ ସିଂ ତୋମାରଙ୍କ ସୂଚନା ଦେଇଛନ୍ତି ।

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଆସନ୍ତା ୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଲେଶ୍ବର ଓ କେନ୍ଦ୍ରାପଡ଼ାରେ ଜନସଭାରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିଜୟପାଲ ସିଂ ତୋମାରଙ୍କ ସୂଚନା ଦେଇଛନ୍ତି ।

ଗତ ୨୦ ତାରିଖରେ ଅନୁଗୁଳ ଓ କଟକରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ । ସକାଳେ ପୁରୀରେ ରୋଡ ସୋ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୂର୍ବରୁ ମେ ୬ ତାରିଖ ଓ ୧୦ ତାରିଖରେ ଆସି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ । ଆସନ୍ତା ୨୫ରେ ପୁଣି ଓଡ଼ିଶା ଆସୁଛନ୍ତି ଅମିତ ଶାହ । ବାରିପଦା, ଚାନ୍ଦବାଲି, କୋରେଇ ଓ ଜଗତସିଂହପୁରରେ କରିବେ ଜନସଭା ।

Leave A Reply

Your email address will not be published.