ଚଣ୍ଡିଖୋଲ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରିବେ । ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ ପ୍ରଧାନମନ୍ତ୍ରୀ । ଏହା ଭିତରେ ରହିଛି ତୈଳ, ଗ୍ୟାସ, ରେଳବାଇ, ସଡ଼କ ପରିବହନ, ଜାତୀୟ ରାଜପଥ ଓ ଆଣବିକ ଶକ୍ତି ସମ୍ପର୍କିତ ପ୍ରକଳ୍ପ ।

ଯାଜପୁର(କେନ୍ୟୁଜ୍‌) : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରିବେ । ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ ପ୍ରଧାନମନ୍ତ୍ରୀ । ଏହା ଭିତରେ ରହିଛି ତୈଳ, ଗ୍ୟାସ, ରେଳବାଇ, ସଡ଼କ ପରିବହନ, ଜାତୀୟ ରାଜପଥ ଓ ଆଣବିକ ଶକ୍ତି ସମ୍ପର୍କିତ ପ୍ରକଳ୍ପ । ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିପାରନ୍ତି । ମୋଦିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ବର ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଚଣ୍ଡୀଖୋଲରେ ସରକାରୀ କାର୍ଯ୍ୟକ୍ରମ ପରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦି । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ସଭାସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ମୁତୟନ ହେବେ ୧୨ ପ୍ଲାଟୁନ ପୋଲିସ ଫୋର୍ସ। ବିମାନବନ୍ଦର ଓ ରାଜଭବନକୁ ହାଇ ସିକ୍ୟୁରିଟ ଜୋନରେ ରଖାଯାଇଛି। ଚଣ୍ଡିଖୋଲ ନିକଟ ବେଣାପୁର ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ଼ ଓ ସାଧାରଣ ସଭାର ଆୟୋଜନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.