ମୁଖ୍ୟମନ୍ତ୍ରୀ କଲେ ଏରିଏଲ୍‌ ସର୍ଭେ, ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଏରିଏଲ୍‌ ସର୍ଭେ। ଆକାଶମାର୍ଗରୁ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଉପକୂଳ ଜିଲ୍ଲାରେ ବ୍ୟାପକ କ୍ଷତି ଘଟାଇଛି ୟସ୍‌। ବାତ୍ୟା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ଗତକାଲି ୭ ଦିନ ରିଲିଫ ଦେବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଜଳବନ୍ଦୀ ୧୨୮ ଗାଁର ସମସ୍ତ ପରିବାରକୁ ୭ଦିନ ରିଲିଫ୍‌ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତା ୨୪ ଘଣ୍ଟାରେ ସମସ୍ତ ପ୍ରମୁଖ ରାସ୍ତାଗୁଡ଼ିକରେ ଯୋଗାଯୋଗ ସ୍ୱାଭାବିକ କରାଯିବ । ୮୦ ପ୍ରତିଶତ ଅଞ୍ଚଳରେ ବିଦ୍ୟୁତ ପୁନଃ ସଂଯୋଗ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

cm naveen

ସେହିପରି   ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ୟସ୍‌ କ୍ଷୟକ୍ଷତିର ଅନୁଧ୍ୟାନ କରିବେ । ଏହାସହ ପଶ୍ଚିମବଙ୍ଗରେ ବି ବାତ୍ୟାଜନିତ କ୍ଷୟକ୍ଷତିର ଅନୁଧ୍ୟାନ କରିବେ ପ୍ରଧାନମନ୍ତ୍ରୀ । କାଲି ପ୍ରଥମେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ସମୀକ୍ଷା ବୈଠକରେ ଯୋଗ ଦେବେ । ଏହାପରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ବାତ୍ୟାଞ୍ଚଳ ପରିଦର୍ଶନ କରିବେ । ଏହାସହ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରରେ ଆକାଶମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସହ ସମୀକ୍ଷା ବୈଠକରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.