ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌, ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଫାଷ୍ଟଟ୍ରାକ୍‌ ପୋକ୍ସୋ କୋର୍ଟ

ବ୍ରହ୍ମପୁର(କେନ୍ଯୁଜ୍): ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ଦଣ୍ଡ। ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଫାଷ୍ଟଟ୍ରାକ୍‌ ପୋକ୍ସୋ କୋର୍ଟ। ୨୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ୨୦୧୯ରେ ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିଲା ।

ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରିର ମୁନା ବାଡତ୍ୟା ଦୁଷ୍କର୍ମ ସହ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ୨୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଆଧାରରେ ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ଦଣ୍ଡାଦେଶ ଶୁଣାଇବା ସହ ୫୫ହଜାର ଟଙ୍କା ଜରିମାନା କରିଛନ୍ତି। ଏହାସହ ପିଡିତାଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ସେବା ପ୍ରାଦିକରଣକୁ ସୁପାରିଶ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.