Categories: ରାଜ୍ୟ

ଖାକିରେ ଦାଗ : ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଅଭିଯୋଗ

କନ୍ଧମାଳ (କେ ନ୍ୟୁଜ୍): ପୋଲିସ ଖାକିରେ ଦାଗ। କନଷ୍ଟେବଳ ନାଁରେ, ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଅଭିଯୋଗ। ଶେଷରେ ନ୍ୟାୟ ପାଇଁ ଥାନା ଆଗରେ ଧାରଣାରେ ବସିଛନ୍ତି ପୀଡିତା। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ମାଦିନାଟ ଗାଁରୁ ଆସିଛି ଅଭିଯୋଗ। ପୋଲିସ ବିଭାଗରେ କାର୍ୟ୍ୟରତ କନେଷ୍ଟବଳ ଭରତ ମଲିକ ଯୁବତୀଙ୍କୁ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। କନେଷ୍ଟବଳ ଜଣକ ବିବାହର ପ୍ରତିଶ୍ରୁତି ଦେଇ ୨ବର୍ଷ ହେବ ଯୁବତୀଙ୍କ ସହ ସମ୍ପର୍କ ରଖିଥିଲେ।

ହେଲେ ଯୁବତୀ ଜଣକ ବିବାହ ପାଇଁ କହିବାରୁ ପୋଲିସ ବାବୁ ମନା କରିଦେଇଥିବା, ପୀଡିତା ଜଣକ ଅଭିଯୋଗ କରିଛନ୍ତି। ଏନେଇ ଗତ ମେ ମାସରେ ବାଲିଗୁଡ଼ା ଥାନାରେ ଏତଲା ଦିଆଯାଇଥିଲା। ହେଲେ ପୋଲିସ କୌଣସି ମାମଲା ରୁଜୁ କରିନଥିବା ଅଭିଯୋଗରେ ପୀଡ଼ିତା ଜଣକ ଥାନା ଆଗରେ ଧାରଣାରେ ବସିଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago