କେନ୍ଦ୍ରର ନିର୍ଦ୍ଦେଶନାମା ପରେ ପୋଲିସ କମିଶନରଙ୍କ ପ୍ରତିକ୍ରିୟା, କହିଲେ‘ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ’

ଭୁବନେଶ୍ବର: ଦେଶରେ ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା । ତେବେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । କହିଛନ୍ତିି ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ । ସ୍ଥାନୀୟ ପରିସ୍ଥିତି ଓ ଆବଶ୍ୟକତାକୁ ନେଇ ଭୁବନେଶ୍ୱର ଓ କଟକରେ ଅଣ ଅତ୍ୟାବଶ୍ୟକ ଦୋକାନ ଖୋଲିଯିବ । ତେବେ ସରକାରଙ୍କ ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରହିବ । ତେବେ ପୂର୍ବ ପରି ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ ବୋଲି ସିପି ଟ୍ଵିଟ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.