ସଜନା ଗଛରେ ଚୁନି ବାନ୍ଧି ଝୁଲି ଗଲେ କନେଷ୍ଟବଳ, କାରଣ ଅସ୍ପଷ୍ଟ

ପୋଲିସ୍ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗତକାଲି ରାତିରେ ଗାଁର ପ୍ରେମାନନ୍ଦ ନାଏକ ତାଙ୍କ ଘର ପାଖରେ ଥିବା ସଜନା ଗଛରେ ବେକରେ ଚୁନି ବାନ୍ଧି ଝୁଲି ପଡିଛନ୍ତି।

ଘଟଗାଁ (କେନ୍ୟୁଜ): କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ହାତିନୋଟା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ ଗାଁର ପ୍ରେମାନନ୍ଦ ନାଏକ ତାଙ୍କ ଘର ପାଖରେ ଥିବା ସଜନା ଗଛରେ ବେକରେ ଚୁନି ବାନ୍ଧି ଆତ୍ମହତ୍ୟା କରିଛନ୍ତି ।

ସୂଚନା ଅନୁଯାୟୀ ପ୍ରେମାନନ୍ଦ ଭଦ୍ରକ ଜିଲ୍ଲାରେ ପୋଲିସ୍ କନେଷ୍ଟବଳ (ଏ.ଏସ୍.ଏ.ପି) ପୋଷ୍ଟରେ କାର୍ଯ୍ୟରତ ଥିଲେ। ତାଙ୍କର ୫-୬ ବର୍ଷ ପୂର୍ବେ ବିବାହ ହୋଇଥିବା ବେଳେ ତାଙ୍କର ୫ ବର୍ଷର ପୁଅ ଅଛି ଏବଂ ଦୁଇ ବର୍ଷର ଛୋଟ ଝିଅଟିଏ ମଧ୍ୟ ଅଛି। ତେବେ ଦୀର୍ଘଦିନ ହେବା ଘରକୁ ଆସିଥିବା ପ୍ରେମାନନ୍ଦ ଗତକାଲି ରାତି କାହିଁକି ଆତ୍ମହତ୍ୟା କଲା ତାହା ଅସ୍ପଷ୍ଟ ଥିବା ବେଳେ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବଟିକୁ ଉଦ୍ଧାର କରି ତଦନ୍ତ ଚଲାଇଛି ।