ଝାରସୁଗୁଡ଼ା: କର୍ତ୍ତବ୍ୟରତ ପୁଲିସକୁ ଦୁର୍ବ୍ୟବହାର, ସୋସିଆଲ୍‌ ମିଡିଆରେ ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା: ଇନ୍ଦ୍ରଚନ୍ଦ୍ର ମାନୁ ନାହାନ୍ତି ବିଜେଡି ନେତା। କର୍ତ୍ତବ୍ୟରତ ପୁଲିସକୁ ଦୁର୍ବ୍ୟବହାର କରୁଛନ୍ତି। ତାହା ପୁଣି ବିଧାୟକଙ୍କ ଉପସ୍ଥିତିରେ ବୋଲି ଅଭିଯୋଗ ହେଉଛି। ଯାହା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଛି। ଏମିତି ଏକ ଘଟଣା ଝାରସୁଗୁଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି। ଘଟଣାଟି ଗତକାଲି ରାତି ପ୍ରାୟ ୧୦ଟାର। ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ନିଜ ଗାଡ଼ିରେ ଯାଉଥିଲେ। ମାତ୍ର ସେ ସିଟ୍‌ ବେଲ୍ଟ ବାନ୍ଧି ନଥିଲେ। ବେଲ୍‌ପାହାଡ଼ ଫାଟକ ନିକଟରେ କାର୍ଯ୍ୟରତ ବେଲପାହାଡ଼ ଥାନାର ଏଏସ୍ଆଇ ଅର୍ଜୁନ ଓରାମ ଓ ଜଣେ କନଷ୍ଟେବଲ ବିଧାୟକଙ୍କ ଗାଡ଼ିକୁ ଅଟକାଇ ଥିଲେ। ସିଟ୍‌ ବେଲ୍ଟ କାହିଁକି ବାନ୍ଧିନ ବୋଲି ପଚାରିଥିଲେ। ବିଧାୟକ ମହାଶୟ ନିଜର ପରିଚୟ ଦେବା ପରେ ପୁଲିସ ତାଙ୍କୁ ଛାଡ଼ି ଦେଇଥିଲା।ତେବେ ସେହି ସମୟରେ ସେଠାରେ ଉପସ୍ଥିତ ଥିବା ଝାରସୁଗୁଡ଼ା ବିଜେଡି ଜିଲ୍ଲା ଉପ-ସଭାପତି ଶମ୍ଭୁ ମହାନ୍ତି ପୁଲିସର ଏପରି କାର୍ଯ୍ୟକୁ ବିରୋଧ କରିଥିଲେ। କାର୍ଯ୍ୟରତ ଦୁଇ ପୁଲିସ କର୍ମଚାରୀଙ୍କୁ ଅତି ଅଭଦ୍ର ଭାଷାରେ ଗାଳି ଦେଇଥିଲେ। ଏପରିକି ଜେଲ୍ ପଠାଇବାର ଧମକ ମଧ୍ୟ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.