ରାଜ୍ୟ

ବେଆଇନ ମଦ କାରବାର ଉପରେ ପୋଲିସର ଚଢ଼ଉ, ନଷ୍ଟ କରାଗଲା ଶହ ଶହ ଲିଟର ମହୁଲି ମଦ

ମୋହନା(କେ ନ୍ୟୁଜ): ଗଜପତି ଜ଼ିଲ୍ଲାପାଳ ଅନୁପମ ସାହାଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ବିଭାଗ ଏବଂ ଅଡବା ପୋଲିସ ପକ୍ଷରୁ ଜ଼ିଲ୍ଲାର ଅଡବା ଥାନା ବିରିକୋଟ ଅଞ୍ଚଳରେ ବେଆଇନ ମଦ ଧରପଗଡ଼ ଆରମ୍ଭ କରାଯାଇଛି l ଏହି ଧରପଗଡ଼ରେ ଜଙ୍ଗଲ ମଧ୍ୟରେ ବେଆଇନ ଭାବରେ ପ୍ରସ୍ତୁତ ହେଉଥିବା ଚାରିହଜାର ସାତଶହ ତିରିଶି ଲିଟର ମହୁଲି ପୋଚ ନଷ୍ଟ କରାଯିବା ସହ ଶହେତିରିଶି ଲିଟର ମହୁଲି ମଦ ଜବତ କରାଯାଇଛି । ଏହାସହ ମଦ ପ୍ରସ୍ତୁତିରେ ବ୍ୟବହୃତ ସାମଗ୍ରୀ ବିଭାଗ ତରଫରୁ ଜବତ କରାଯାଇଛି । ମୋହନା ଅଞ୍ଚଳରେ ବେଆଇନ ମଦ ପ୍ରସ୍ତୁତି ଏବଂ ବିକ୍ରି

ବେଧଡକ ଭାବେ ଚାଲୁରହିଥିବା ବେଳେ ଜ଼ିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଚଢ଼ାଉ ଆରମ୍ଭ କରାଯାଇଥିଲା l ବେଆଇନ ମଦ ପ୍ରସ୍ତୁତି ଏବଂ ବିକ୍ରି ଅଭିଯୋଗ ରେ ବିରିକୋଟ ଗ୍ରାମର ବିମଳ କୁମାର ନାୟକ ଏବଂ ଥୋମାସ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ନେଇ ଆର. ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଚଢ଼ାଉ ଅବକାରୀ ବିଭାଗ ଏବଂ ଅଡବା ପୋଲିସଙ୍କ ମିଳିତ ଉଦ୍ୟମରେ ହୋଇଥିଲା ।

 

 

 

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

11 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

22 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

35 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

38 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

58 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago