ଭିଜିଲାନ୍ସ ଜାଲରେ SI, ଏଫଆଇଆର ରଖିବାକୁ ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୋଲିସ ବାବୁ । କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶରଣକୂଳ ଥାନା ସବ୍ ଇନ୍ସପେକ୍ଟର ରାଜେଶ ଶ୍ରୀଚନ୍ଦନଙ୍କୁ ଧରିଛି ଭିଜିଲାନ୍ସ । କଲ୍ଯାଣପୁରର ମୋନାଲିସା ଦାସଙ୍କ ଠାରୁ ନେଉଥିଲେ ଲାଞ୍ଚ ।  ରେଡରେ ଭୁବନେଶ୍ବର ଓ ନୟାଗଡ ଭିଜିଲାନ୍ସ ଟିମ୍ ସାମିଲ୍ ଥିଲା ।

ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ । ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ । ଏମିତିକି ଟଙ୍କା ନଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ କହିଥିଲେ ।

ତେବେ ଶେଷରେ ମହିଳା ଜଣକ ଭିଜିଲାନ୍ସକୁ ସୂଚନା ଦେଇଥିଲେ । ଆଉ ଭିଜିଲାନ୍ସ ଏସଆଇଙ୍କୁ କେସ୍ ଡାଏରୀ ଦେବାପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଛି । ସେପଟେ ଭିଜିଲାନ୍ସ ଟିମ୍ ଗଠନ କରି ଶ୍ରୀଚନ୍ଦନଙ୍କ ଘର ଏବଂ ବିଭିନ୍ନ ସ୍ଥାନରେ ରେଡ୍ କରୁଛି । ରେଡ୍‌ରେ ଭୁବନେଶ୍ବର ଓ ନୟାଗଡ ଭିଜିଲାନ୍ସ ଟିମ୍ ସାମିଲ୍ ଥିବା ଜଣାପଡ଼ିଛି ।

 

 

ଆହୁରି ପଢ଼ନ୍ତୁ : ମଧ୍ୟାହ୍ନ ଭୋଜନରେ ପାତର ଅନ୍ତର, ତାତିଲେ ଗ୍ରାମବାସୀ