ଆରପାରିରେ ମହେଶ୍ବର ମହାନ୍ତି, ଶୋକ ପ୍ରକାଶ କଲେ ବହୁ ବିଶିଷ୍ଟ ବ୍ୟକ୍ତି

୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବହୁ ବିଶିଷ୍ଟ ରାଜନେତା।

ଭୁବନେଶ୍ୱର (କେନ୍ୟୁଜ): ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବହୁ ବିଶିଷ୍ଟ ରାଜନେତା। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ମହେଶ୍ବର ମହାନ୍ତି ଜଣେ ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଥିଲେ। ବାଚସ୍ପତି ପ୍ରମିଳା ମଲ୍ଲିକ ଶୋକ ପ୍ରକାଶ କରିଛନ୍ତି। କିଟ୍ ଓ କିସ୍ ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ଶୋକ ପ୍ରକାଶ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ସବୁ ଦିନ ପାଇଁ ମନେରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ୟ୍ୟ ଓ ତାଙ୍କର ସାଂଗଠନିକ ଦକ୍ଷତା ସବୁ ଦିନ ପାଇଁ ମନେରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

 

ମହେଶ୍ବର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ। ମହେଶ୍ବରଙ୍କ ବିୟୋଗ ପୁରୀ ଜିଲ୍ଲା ତଥା ବିଜେଡି ପାଇଁ ବଡ଼ କ୍ଷତି ବୋଲି ଟୁଇଟ୍ କରି ସୂଚନା ଦେଇଛନ୍ତି ମାନସ ମଙ୍ଗରାଜ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା

ସେହିପରି ମହେଶ୍ବରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଜନସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ଆଦର୍ଶ ଆମ ପାଇଁ ପ୍ରେରଣା ବୋଲି କହିଛନ୍ତି ପ୍ରଣବ। ତାଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି।

ସେହିପରି ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଶା ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ, ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସମେତ ଓଡ଼ିଶା ରାଜନୀତିର ବିଶିଷ୍ଟ ନେତା ମାନେ ଶୋକ ପ୍ରକାଶ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.